ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ ମିଳିତ ଭାବେ ମେଗା ଚାରା ରୋପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏସିଏଫ ବିମଳ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାରା ରୋପଣ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।
ଏହି ଅବସରରେ ସେ ଜାତୀୟ ସେବା ଯୋଜନା ସ୍ବେଚ୍ଛାସେବୀମାନଙ୍କୁ ବୃକ୍ଷର ଆଶ୍ୟକତା ଉପରେ ବୁଝାଇଥିଲେ। ଛାତ୍ରୀଛାତ୍ରମାନେ ହେଉଛନ୍ତି ଦେଶର ଭବିଷ୍ୟତ। ତେଣୁ ସେମାନେ ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଆହ୍ବାନ କରିଥିଲେ। ଅଧ୍ୟକ୍ଷ ଡଃ ଗଗନ ବିହାରୀ ପୁରୋହିତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଜାଗଡ ରେଞ୍ଜର ବିମ୍ବାଧର ସାହୁ, ପ୍ରଶାସନିକ ଅଧିକାରୀ କୁମୁନ୍ଦ ଚନ୍ଦ୍ର ମହାପାତ୍ର,ବନପାଳ ବବୁଲ ସେଠୀ, ବନରକ୍ଷୀ ମନୋଜ କୁମାର ନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଜାତୀୟ ସେବା ଯୋଜନା କୋ ୟୁନିଟ ଅଧିକାରୀ ବାବୁଲା ପ୍ରଧାନ, ମହିଳା ଶାଖା ଅଧିକାରିଣୀ, ଯୁବ ରେଡକ୍ରସ ଅଧିକାରୀ ବିଦେଶୀ ରାଉତ, ଆଇକ୍ୟୁଏସି ସଂଯୋଜକ ଡ. ଦେବାଶିଷ ସ୍ବାଇଁ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ। ଏହି ଅବସରରେ ସ୍ବେଚ୍ଛାସେବୀମାନେ କଲେଜ ଏବଂ କଲେଜ ବାହାରେ ବିଭିନ୍ନ ସ୍ଥାନରେ ଚାରାରୋପଣ କରିଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।