ପାଖେଇଲାଣି ବାତ୍ୟା !

Oct 25, 2026 - 10:26
ପାଖେଇଲାଣି ବାତ୍ୟା !

ନନ୍ଦିଘୋଷ ବ୍ୟୁରୋ: ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା ଅର୍ଣ୍ଣବ। ଆଜି ଦକ୍ଷିଣ ଦିଗକୁ ଗତି କରି ଗଭୀର ଅବପାତରେ ପରିଣତ ହେବ ଅବପାତ। ଏହାପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହି ପ୍ରକ୍ରିୟାରେ ୨୬ ଅକ୍ଟୋବର ସକାଳ ସୁଦ୍ଧା ଏହା ପୂର୍ବ-ମଧ୍ୟ ଓ ସଂଲଗ୍ନ ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଉପରେ ବାତ୍ୟାର ରୂପ ନେଇପାରେ। ପରବର୍ତ୍ତୀ ସମୟରେ ଏହା ଆହୁରି ଶକ୍ତିଶାଳୀ ହୋଇ ୨୭ ଅକ୍ଟୋବର ସକାଳ ପାଖାପାଖି ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଉପରେ ଭୀଷଣ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ପରବର୍ତ୍ତୀ ସମୟରେ ବାତ୍ୟାଟି ଅଧିକ ଘନୀଭୂତ ହେବା ସହ ଅତି ଭୀଷଣ ବାତ୍ୟାର ରୂପ ନେଇପାରେ। ୨୮ ଅକ୍ଟୋବର ପୂର୍ବାହ୍ନ ସୁଦ୍ଧା ଅତି ଭୀଷଣ ବାତ୍ୟାଟି ଆନ୍ଧ୍ରପ୍ରଦେଶ ଓ ୟାନାମ୍ ଉପକୂଳରେ ବାପଟଲା ଓ ବିଶାଖାପାଟଣା ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ସ୍ଥଳଭାଗ ଅତିକ୍ରମ କରିପାରେ। ସ୍ଥଳଭାଗ ଅତିକ୍ରମ ସମୟରେ ବାତ୍ୟାର ସର୍ବାଧିକ ପବନର ବେଗ ଘଣ୍ଟା ପ୍ରତି ୧୧୫ରୁ ୧୨୫ କିଲୋମିଟର ରହିବା ସହ ପବନର ଝଟକା ବେଗ ଘଣ୍ଟା ପ୍ରତି ୧୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଏନେଇ ଆଲର୍ଟ ଜାରି ହୋଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)