ପୁରୀ ରଥଯାତ୍ରା: ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ପହଞ୍ଚିଲା ତାଳଧ୍ୱଜ ଓ ଦର୍ପଦଳନ ରଥ

Jul 17, 2026 - 13:47
ପୁରୀ ରଥଯାତ୍ରା: ଗୁଣ୍ଡିଚା ମନ୍ଦିର ନିକଟ ଶରଧାବାଲିରେ ପହଞ୍ଚିଲା ତାଳଧ୍ୱଜ ଓ ଦର୍ପଦଳନ ରଥ

ପୁରୀ: ପବିତ୍ର ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ରରେ ଲାଗିଛି ଭକ୍ତଙ୍କ ଭିଡ଼। ଇତିମଧ୍ୟରେ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ରଥ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ରଥ ଦର୍ପଦଳନ ଯାଇ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛି। ଏହି ଦୁଇ ରଥର ଆଗମନ ସହିତ ଶରଧାବାଲିରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି।

ଦୁଇ ରଥ ଶରଧାବାଲିରେ ପହଞ୍ଚିବା ମାତ୍ରେ ସମଗ୍ର ପରିବେଶ ଭକ୍ତିମୟ ହୋଇଉଠିଥିଲା। ଉପସ୍ଥିତ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ‘ଜୟ ଜଗନ୍ନାଥ’, ‘ହରି ବୋଲ’ ଏବଂ ମହିଳାମାନଙ୍କ ହୁଳହୁଳି ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ଶରଧାବାଲି। ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବା ସହ ଲକ୍ଷାଧିକ ଭକ୍ତ ନିଜ ଆରାଧ୍ୟ ଦେବତାଙ୍କ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ବଡ଼ଭାଇ ଓ ଭଉଣୀଙ୍କ ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଭକ୍ତଙ୍କ ଉତ୍ସାହ ବହୁଗୁଣିତ ହୋଇଛି। ବର୍ତ୍ତମାନ ସମସ୍ତଙ୍କ ନଜର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରହିଛି। ଅଗଣିତ ଭକ୍ତ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିବାକୁ ଉତ୍ସାହର ସହ ଅପେକ୍ଷା କରିଛନ୍ତି। 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAKALA - ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।