ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ଦକ୍ଷିଣ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ୩ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ । ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢିବବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗୁରୁବାରଠାରୁ ଲଗାଣ ବର୍ଷା ଜାରି ରହିବ । ସପ୍ତାହେ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଆଜି ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ୧୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁ ତାପମାତ୍ରା ଖସିଛି । ଗରମ ଓ ଗୁଳୁଗୁଳିରେ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।