ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି

Jul 11, 2026 - 19:25
ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି

ଭୁବନେଶ୍ୱର:ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୧୧ କିମ୍ବା ୧୨ ଜୁଲାଇରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୧୪ ଜୁଲାଇ ସୁଦ୍ଧା ସେହି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ଗଠନ ହେବାର ସମ୍ଭାବନା ରହିଛି।

ପାଣିପାଗ ବିଶେଷଜ୍ଞଙ୍କ ଅନୁମାନ ଅନୁସାରେ, ଲଘୁଚାପଟି ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼ ଆଡ଼କୁ ଅଗ୍ରସର ହେବ। ଏହାର ପ୍ରଭାବରେ ଓଡ଼ିଶାର ଉତ୍ତର ଓ ପଶ୍ଚିମ ଜିଲ୍ଲାଗୁଡ଼ିକରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୧୬ ଜୁଲାଇ ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ନିମ୍ନାଞ୍ଚଳରେ ଜଳବନ୍ଦୀ ସ୍ଥିତି ଏବଂ କେତେକ ସ୍ଥାନରେ ସ୍ଥାନୀୟ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବାରୁ ସମ୍ପୃକ୍ତ ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ପ୍ରସ୍ତୁତି ରଖିବାକୁ ପରାମର୍ଶ ଦିଆଯାଇଛି। ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ସମୁଦ୍ରର ପାଣିପାଗ ସମ୍ପର୍କିତ ସତର୍କ ସୂଚନା ଉପରେ ନଜର ରଖିବାକୁ କୁହାଯାଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।