ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,୧୬ ତାରିଖ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା !

Aug 12, 2026 - 10:45
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,୧୬ ତାରିଖ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା !

ରାଜ୍ୟରେ ତୁହାକୁ ତୁହା ବର୍ଷା ହେଉଥିବା ବେଳେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ବାଂଲାଦେଶ-ପଶ୍ଚିମବଙ୍ଗ ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ଆଜି ଠାରୁ ୧୬ ତାରିଖ ଯାଏ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ରୁ ଅତି ପ୍ରବଳ ବର୍ଷା ପାଇଁ ୨ ଜିଲ୍ଲା କେନ୍ଦୁଝର ଓ ଅନୁଗୋଳକୁ ଅରେଞ୍ଜ ୱାର୍ନିଙ୍ଗ ଓ ୧୫ ଜିଲ୍ଲା ରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି ହୋଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ମୟୁରଭଞ୍ଜ, ଢେଙ୍କାନାଳ, ବରଗଡ଼, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ ଓ ଝାରସୁଗୁଡା । ଅବଶିଷ୍ଟ ୧୩ ଜିଲ୍ଲାକୁ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା କୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି ହୋଇଛି । ସମୁଦ୍ର ଅଶାନ୍ତ ରହିବ। ତେଣୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ମସ୍ଥ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ଗତ ୨୪ ଘଂଟାରେ ୪ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଜଗତସିଂହପୁର କୁଜଙ୍ଗରେ ସର୍ବାଧିକ ୧୧୩ ମିମି ବର୍ଷା ରେକର୍ଡ ହୋଇଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media