ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

Jul 14, 2026 - 15:00
ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।

ସୂଚନା ଅନୁସାରେ, ଦୁଇ ମଟର ସାଇକେଲ ମଧ୍ୟରେ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି । ଏଥିରେ ଗୁଣପୁର ସହର ସି ଟି ସ୍କୁଲ ନିକଟରେ ଥିବା ରମେଶ ବାଇକ୍ ଗ୍ୟାରେଜର ମାଲିକ ରମେଶଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ଏବଂ ତାଙ୍କ ସହ ଥିବା ଚୀନା ନାମ ଯୁବକ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଚିନା ହେଉଛନ୍ତି ଡେରା ସାହି ବାସିନ୍ଦା ଭାନୁଗୁରୁ ସ୍ଵାମୀଙ୍କ ପୁଅ ।
ବିପରୀତ ଦିଗରୁ ହୋତା ଜେରକ୍ସର ମାଲିକ ବାବୁଲା ହୋତା ଏବଂ ତାଙ୍କ ପତ୍ନୀ ଏକ ସ୍କୁଟିରେ ଆସୁଥିବା ବେଳେ ଧକ୍କା ହୋଇଥିଲା। ବାବୁଲା ହୋତା ଓ ତାଙ୍କ ପତ୍ନୀ ଗୁରୁତର ଆହତ ହୋଇଥିବାରୁ ସେମାନଙ୍କୁ ମଧ୍ୟ ଚିକିତ୍ସା ପାଇଁ ବାହାରକୁ ସ୍ଥାନାନ୍ତରିତ କରାଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।