ବନ୍ୟା ସ୍ଥିତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, କହିଲେ ଏହି ଜିଲାକୁ…
ଭୁବନେଶ୍ୱର,୩୧ା୭: ଲୋକ ସେବା ଭବନରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବନ୍ୟା ପ୍ରଭାବିତ ଜିଲାପାଳମାନଙ୍କ ସହ ମନ୍ତ୍ରୀ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଏସ୍ଆର୍ସି, ପାଣିପାଗ ବିଜ୍ଞାନ କେନ୍ଦ୍ର ଏବଂ ଜଳସମ୍ପଦ ବିଭାଗ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଛନ୍ତି। ହୀରାକୁଦ ପୁଣି ୧୦ଟି ଗେଟ୍ ଖୋଲିଥିବା କହିଛନ୍ତି ମନ୍ତ୍ରୀ। ତେବେ ଆଉ ୧୨ଟି ଗେଟ୍ ଖୋଲିବା ପାଇଁ ଯୋଜନା ଚାଲିଛି। ଏବେ ମହାନଦୀରେ ୮ ଲକ୍ଷ ୬୫ ହଜାର କ୍ୟୁସେକ୍ ଜଳ ପ୍ରବାହିତ ହେଉଥିବାବେଳେ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ଜିଲାକୁ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।