ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ
ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର ୮ଟି ବ୍ଲକ ପ୍ରଭାବିତ ହୋଇଛି।
ସେହିପରି ଯାଜପୁରର ୩, ମୟୂରଭଞ୍ଜର ୧୩, ସମ୍ବଲପୁରର ୩ ବ୍ଲକ ପ୍ରଭାବିତ ହୋଇଛି। ମୋଟ ୨୩୩ ପଞ୍ଚାୟତର ୭୪୮ ଗାଁ ପ୍ରଭାବିତ ଏସ୍ଆର୍ସିଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ୨ ଲକ୍ଷ ୩ ହଜାରରୁ ଅଧିକ ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି। ଢେଙ୍କାନାଳ ଜିଲାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୨୮ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।
ରାଜ୍ୟର ବର୍ଷା ବିତ୍ପାତ ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଉତ୍ତର ଓଡ଼ିଶାରେ ଆଗକୁ ପ୍ରଭାବ କମିବ, ଦକ୍ଷିଣ ଓ ପଶ୍ଚିମରେ ବଢ଼ିବ। ମହାନଦୀରେ ମଧ୍ୟ ପାଣି ବଢ଼ିବାର ସମ୍ଭାବନା ରହିଛି। ମାତ୍ର ନରାଜରେ ଆମେ ୯ ଲକ୍ଷ କ୍ୟୁସେକରୁ ଅଧିକ ଜଳ ଯିବାକୁ ଦେବୁନି। ହୀରାକୁଦରେ ଆଉ ଜଳସ୍ତର ବଢ଼ିବା ପରେ ଗେଟ୍ ଖୋଲା ନିଷ୍ପତ୍ତି ନିଆଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ାରେ ବର୍ଷା ଲାଗି ରହିଛି। ବଲାଙ୍ଗିର, ରାୟଗଡ଼ା, ଗଜପତି, ମାଲକାନଗିରିରେ ବର୍ଷା ହେଉଥିବା ରାଜସ୍ବ ମନ୍ତ୍ରୀ ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।