ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ
ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼ ସହରରେ ମଶାଲ ଶୋଭାଯାତ୍ରା ହୋଇଥିବାବେଳେ ଇସ୍ତଫା ଦାବି କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି ।
ଏହି କ୍ରମରେ ବରଗଡ଼ ଗାନ୍ଧୀଛକରୁ ମଶାଲ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଶୋଭାଯାତ୍ରା ମା’ ଶ୍ୟାମାକାଳୀ ମନ୍ଦିରକୁ ପହଞ୍ଚି ଥିଲା ଏବଂ ସେଠାରେ ପୂଜାର୍ଚ୍ଚନା କରାଯାଇଥିଲା । ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା । ଛାତ୍ରନେତା ଗୌରବ ପତି ଆଜାଦଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅନେକ ଛାତ୍ରୀଛାତ୍ର ଓ ଯୁବତୀ, ଯୁବକ ସାମିଲ୍ ହୋଇଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।