Welcome!

Unlock your personalized experience.
Sign Up

ବାଇକକୁ ପିଟିଲା ପୋଲିସ ଭ୍ୟାନ୍, ୨ ମୃତ

Jul 19, 2026 - 17:51
ବାଇକକୁ ପିଟିଲା ପୋଲିସ ଭ୍ୟାନ୍, ୨ ମୃତ

ଭୁବନେଶ୍ବର, ୧୯/୭ : ବାଇକକୁ ଧକ୍କା ଦେଲା ପୋଲିସ ଭ୍ୟାନ୍ । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଛଟେନପାଲି ସ୍କୁଲ ସମ୍ମୁଖରେ । ଖବର ଲେଖା ହେବା ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଖବରପାଇ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଇବାକୁ ଚେଷ୍ଟା କରୁଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।