ବାଇକ୍ ଉପରେ ଚଢ଼ିଗଲା ଟ୍ରକ୍, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ
ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା। ଫଳରେ ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଥିବା ଜଣାପଡିଛି। ତାଙ୍କ ସ୍ଥାନୀୟ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଖବର ପାଇ ବ୍ରାହ୍ମଣୀ ତରଙ୍ଗ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଏପରିକି ପୋଲିସ ଟ୍ରକକୁ ଅଟକ ରଖିଥିବା ସୂଚନା ମିଳିଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।