ବାଲିଯାତ୍ରାକୁ ଆଉ ୨ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଟକ ମେୟର
କଟକ: ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଦୁଇ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ କଟକ ମେୟର ସୁବାସ ସିଂହ । ଯଦି ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି ମିଳେ ତେବେ ବାଲିଯାତ୍ରା ଡିସେମ୍ବର ୧ ତାରିଖ ପରିବର୍ତ୍ତେ ଆସନ୍ତା ୩ ତାରିଖ ଦିନ ଉଦଯାପିତ ହେବ । ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ନଜରରେ ରଖି ମେୟର ଏହାର ଅବଧି ବୃଦ୍ଧି ଲାଗି ଅନୁରୋଧ କରିଛନ୍ତି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
