ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ
ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ଅନୁଯାୟୀ, ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ନିକଟରେ ଭକ୍ତ ଜଣଙ୍କ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ। ସେଠାରୁ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ପଠାଯାଇଥିଲା, କିନ୍ତୁ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ଜଣଙ୍କ କଟକ ଜିଲାର ବୋଲି ଜଣାପଡ଼ିଥିବାବେଳେ ତାଙ୍କୁ ୫୭ ବର୍ଷ ବୟସ ହୋଇଥିଲା। ତାଙ୍କର ନାମ ଅଭିରାମ ଦାସ ବୋଲି ଜଣାପଡ଼ିଛି। ବାହୁଡ଼ା ଯାତ୍ରା ଦିନ ଏଭଳି ଅଘଟଣ ଯୋଗୁ ଭକ୍ତଙ୍କ ମହଲରେ ଶୋକର ଛାୟା ସୃଷ୍ଟି ହୋଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।