ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

Jul 28, 2026 - 14:35
ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ ସ୍ଥାନୀୟ ଅଞ୍ଚଳର ସୁଶିଲ ଜାନୀ (୨୮) ବୋଲି ସୂଚନା ମିଳିଛି। ସମ୍ପୃକ୍ତ ଯୁବକ ଜଣକ ସୋମବାର ବିଚ ରାସ୍ତା ଉପରେ ଛାତ୍ରୀଙ୍କୁ ଅସଦାଚରଣ ପ୍ରଦର୍ଶନ କରିଥିଲେ। ଏ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବା ସହିତ ବିଭିନ୍ନ ସଂଗଠନ ପକ୍ଷରୁ ଅଭିଯୁକ୍ତ ଯୁବକଙ୍କୁ ଗିରଫ ଦାବି ଉଠିଥିଲା। ଏହାପରେ ପୋଲିସ ତତ୍ପରତା ଦେଖାଇଥିଲା।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।