ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…
କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା ଯୁବକଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଛନ୍ତି।
ଏସମ୍ପର୍କରେ ଥାନା ଅଧିକାରିଣୀ ପଦ୍ମାଳୟା ପ୍ରଧାନ କହିଛନ୍ତିଯେ, ସମ୍ଭବତଃ ଯୁବକ ଜଣକ ସହର ମଧ୍ୟରୁ ଜାତୀୟ ରାଜପଥକୁ ଯିବା ରାସ୍ତାରେ ଭାରସାମ୍ୟ ହରାଇ ତଳକୁ ଖସି ପଡିଛନ୍ତି । ତାଙ୍କ ଉପରେ ଏକ ବାଇକ ପଡିଛି । ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ ହୋଇଛି । ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯିବା ନେଇ ସୂଚନା ଦିଆଯାଇଛି ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।