ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍
ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗ୍ରାମର ପାର୍ଥବ ସାହୁଙ୍କ ଘରୁ ନଗଦ ୨ ଲକ୍ଷ ପଚାଶ ହଜାର ଟଙ୍କା ସମେତ ୧୭ ଭରି ସୁନା ଓ ରୁପା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ପାର୍ଥବ ସାହୁ ଓ ତାଙ୍କ ପରିବାର ଲୋକେ ଘରେ ଶୋଇଥିଲେ। ଏହାର ସୁଯୋଗ ନେଇ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଘରେ ପଶି ଆଲମିରା ଭାଙ୍ଗି ନଗଦ ୨.୫୦ ଲକ୍ଷ (ଅଢ଼େଇ ଲକ୍ଷ) ଟଙ୍କା, ୧୭ ଭରି ସୁନା ଏବଂ ୩୦ ଭରି ରୁପା ଅଳଙ୍କାର ଲୁଟି ନେଇଛନ୍ତି। ପରିବାର ଲୋକେ ସକାଳୁ ଉଠିବା ପରେ ଆଲମିରା ଭଙ୍ଗା ଯାଇଥିବା ଏବଂ ସମସ୍ତ ସାମଗ୍ରୀ ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ଏ ନେଇ ସ୍ଥାନୀୟ ପୋଲିସକୁ ସୂଚନା ଦିଆଯାଇଛି। ପୋଲିସ ଘଟଣାସ୍ଥଳରେ ପହଂଚି ନଥିବା ବେଳେ, ଶୋଇଥିବା ଅବସ୍ଥାରେ ଏଭଳି ସାହସିକ ଚୋରିକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି।
Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।