ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ !
ବ୍ରହ୍ମପୁର : ଆନ୍ଧ୍ରପ୍ରଦେଶ ପରେ ଓଡ଼ିଶାରେ ପଶିଲା କରୋନା ! ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨ଜଣ ମହିଳା ଥିବାବେଳେ ଜଣେ ପୁରୁଷ ଅଛନ୍ତି ବୋଲି ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ । ଜଣଙ୍କର ଚିକିତ୍ସା ବ୍ରହ୍ମପୁର ଏମକେସିଜି ମେଡିକାଲରେ ଜାରି ରହିଛି । ଅନ୍ୟ ଦୁଇ ଜଣଙ୍କର ଲକ୍ଷଣ ସାମାନ୍ୟ ଥିବାରୁ ସେମାନେ ଘରୋଇ ସଙ୍ଗରୋଧରେ ରହି ଚିକିତ୍ସା ନେଉଛନ୍ତି । ଜଣେ ଆନ୍ଧ୍ରପ୍ରଦେଶ ଫେରନ୍ତା ବୋଲି ଜଣା ପଡିଛି । ତଥାପି ଏନେଇ ବର୍ତ୍ତମାନ ସୁଦ୍ଧା ସରକାରୀ ସ୍ତରରେ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ଚିହ୍ନଟ ଓ ଆବଶ୍ୟକ ସ୍ୱାସ୍ଥ୍ୟ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି । ସେହିସହିତ ଲୋକଙ୍କୁ ଅଯଥା ଆତଙ୍କିତ ନହୋଇ ସତର୍କ ରହିବା, ଅସୁସ୍ଥ ଅନୁଭବ କଲେ ପରୀକ୍ଷା କରାଇବା ଏବଂ ଆବଶ୍ୟକ ସ୍ୱାସ୍ଥ୍ୟବିଧି ପାଳନ କରିବାକୁ ପରାମର୍ଶ ଦିଆଯାଇଛି । ସ୍ୱାସ୍ଥ୍ୟ ବିଭାଗ କହିଛି, ପରିସ୍ଥିତି ଉପରେ କଡ଼ା ନଜର ରଖାଯାଇଛି ଏବଂ ଆବଶ୍ୟକ ପଡ଼ିଲେ ତୁରନ୍ତ ପଦକ୍ଷେପ ନିଆଯିବ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।