ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

Jul 08, 2026 - 22:30
ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି ମହାନ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି।

ଘଟଣାରୁ ପ୍ରକାଶ ଯେ, ମଙ୍ଗଳବାର ରାତିରେ ଏଏସପି ଦେ ଗାଲେରୀ ଅଭିମୁଖେ ଯାଉଥିଲେ। ବାଟରେ ଭଞ୍ଜନଗର କୁଲାଡ ରୋଡରେ ଜଣେ ଯୁବକ ସାଗର ମହାରଣା ଆହତ ହୋଇ ରାସ୍ତା କଡ଼ରେ ପଡ଼ିଥିବା ଏଏସପି ଦେଖିଥିଲେ। ଏହାପରେ ତାଙ୍କୁ ସେ ତୁରନ୍ତ ଉଦ୍ଧାର କରି ଆଣି ନିଜ ଗାଡିରେ ଭଞ୍ଜନଗର ମେଡିକାଲରେ ଚିକିତ୍ସା ବ୍ୟବସ୍ଥା କରାଇଥିଲେ। ଏହାପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ପଠାଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।