ଭଡା ଘରୁ ନର୍ସଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Jul 15, 2026 - 12:24
ଭଡା ଘରୁ ନର୍ସଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର : ନର୍ସଙ୍କ ଆତ୍ମହତ୍ୟା । ଭୁବନେଶ୍ୱର ଡମଣା ସ୍ଥିତ ଭଡା ଘରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ଚନ୍ଦ୍ରଶେଖରପୁର ଥାନା ପୋଲିସ । ସେ ପଟିଆ ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଷ୍ଟାଫ ନର୍ସ ଭାବରେ କାର୍ଯ୍ୟରତ ଥିଲେ । ତ୍ରୀକୋଣୀୟ ପ୍ରେମରୁ ଆତ୍ମହତ୍ୟା କରିଥିବା ପ୍ରାଥମିକ ସୂଚନା ମିଳିଛି । ଘଟଣା ପରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । 

ସୂଚନା ଅନୁସାରେ, ମୃତ ଯୁବତୀ ଜଣେ ନର୍ସ ଭାବେ କାର୍ଯ୍ୟରତ ଥିଲେ । ପୂର୍ବତନ ପ୍ରେମିକ ତାଙ୍କୁ ବ୍ଲାକମେଲ୍ କରୁଥିଲେ ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ଯାହା ଫଳରେ ସେ ମାନସିକ ଚାପରେ ରହୁଥିଲେ । ତେବେ ମୃତ୍ୟୁର ପ୍ରକୃତ କାରଣ ନେଇ ପୁଲିସ ବିଭିନ୍ନ ଦିଗରୁ ତଦନ୍ତ କରୁଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।