ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ

Jun 02, 2026 - 12:58

ଚେନ୍ନାଇ,୨।୬: ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସେ ମଙ୍ଗଳବାର ନୂଆଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତୀନ ନବୀନ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିବା ପରେ ଦଳ ଛାଡ଼ିବେ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି । ଆନ୍ନାମଲାଇ ଏକ ନୂଆ ରାଜନୈତିକ ଦଳ ଗଢ଼ିବାକୁ ଯାଉଥିବା ବିଭିନ୍ନ ସୂତ୍ରରୁ ସ୍ପଷ୍ଟ କରାଯାଇଛି । କିଛି ମାସ ହେଲା ଦଳୀୟ ନେତୃତ୍ୱ ସହ ତାଙ୍କର ଗୁରୁତର ମତଭେଦ ରହିଆସିଛି ।

 

Dharitri – Odisha’s No.1 Odia Daily

The post ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ appeared first on Dharitri Odia News.

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।