ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

Jul 04, 2026 - 09:01

ଆନନ୍ଦପୁର,୪/୭(ସୁଶାନ୍ତ କୁମାର ସାହୁ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି।
ସୂଚନା ଅନୁସାରେ, ଝାରସୁଗୁଡାରୁ ଭଦ୍ରକ ଯାଉଥିବା ‘ଶୈଳେନ୍ଦ୍ରି’ ନାମକ ଯାତ୍ରୀବାହୀ ବସଟି ଶନିବାର ଭୋର ସମୟରେ ଘସିପୁରା ଲକ୍ଷ୍ମୀବଜାର ସ୍ଥିତ ଅରବିନ୍ଦ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇଥିଲା। ନିୟନ୍ତ୍ରଣ ହରାଇ ବସଟି ରାସ୍ତାକଡରେ ଥିବା ଏକ ବଡ଼ ଗଛକୁ ଜୋରରେ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସର ସାମ୍ନା ଅଂଶ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ଏହି ଦୁର୍ଘଟଣାରେ ବସର ହେଲପର ଏବଂ ଜଣେ ମହିଳା ଯାତ୍ରୀ ଗୁରୁତର ହୋଇଥିବା ବେଳେ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଅନ୍ୟ ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି।
ଘଟଣା ପରେ ସ୍ଥାନୀୟ ଲୋକ ଏବଂ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଆନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଦୁର୍ଘଟଣାର କାରଣ ଅନୁସନ୍ଧାନ କରୁଛି ପୋଲିସ। ଆହତମାନଙ୍କ ଅବସ୍ଥା ଏବେ ସ୍ଥିର ରହିଥିବା ଡାକ୍ତର ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

 

The post ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ.. appeared first on Dharitri Odia News.