ମଙ୍ଗଳବାର: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ କ୍ଷମତାଶାଳୀ ଲୋକଙ୍କ ସହାୟତା
ମେଷ : ନବମଚନ୍ଦ୍ର ସକାଳ ୫ଟା ୨୬ ମିନିଟ୍ ପରେ କୃଷ୍ଣପକ୍ଷ ଭୋଗ ହେଉଥିବାରୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ଅଥବାତାଙ୍କଠାରୁ ଅପମାନ ମିଳିପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଯିବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ
ବୃଷ : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର,କଥାବାର୍ତ୍ତା ବିବାଦୀୟ ହେବ। ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମ ମଧ୍ୟମ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ମୃଗଶିରାବୃଷ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ
ମିଥୁନ : ସପ୍ତମଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା, ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମରେ ସାମିଲ କରିବେ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଆଦ୍ର୍ର୍ରାମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ତ୍ରିପୁରସୁନ୍ଦରୀ
କର୍କଟ : ଷଷ୍ଠଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କର ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ରୋଗ, ଋଣ, ଶତ୍ରୁରୁ ମୁକ୍ତି ମିଳିବ ଏବଂ ଆପଣଙ୍କର ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟାକର୍କଟ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧, ଆରାଧନା : ମା’ଭୁବନେଶ୍ୱରୀ
ସିଂହ: ପଞ୍ଚମ ଚନ୍ଦ୍ର ଓ ସକାଳ ୫ଟା ୨୬ ମିନିଟ୍ପରେ କୃଷ୍ଣପକ୍ଷ ଭୋଗ ହେଉଥିବାରୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମାଲୋପ ପାଇବ ଏବଂ ସ୍ମରଣଶକ୍ତି ହ୍ରାସହେବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଚାଲିଚଳନ, କର୍ମକୁ ନେଇ ଚିନ୍ତିତ ହେବେ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀସିଂହ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ
କନ୍ୟା: ଚତୁର୍ଥ ଚନ୍ଦ୍ର ଓ ସକାଳ ୫ଟା ୨୬ ମିନିଟ୍ପରେ କୃଷ୍ଣ ପକ୍ଷ ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ।ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମ କିମ୍ବା ସଞ୍ଚୟରେ ଧନର ବିନିଯୋଗ କରିବେ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ
ତୁଳା: ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ଭାଇଭଉଣୀଙ୍କ ପରିବାର ସଦସ୍ୟଙ୍କ ସହ କଥାବାର୍ତ୍ତାବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଶାରୀରିକପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ । ଯେଉଁମାନଙ୍କର ଚିତ୍ରାତୁଳା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ପ୍ରଭୁଗଜାନନ
ବିଛା : ଦ୍ୱିତୀୟଚନ୍ଦ୍ର ଓ ସକାଳ ୫ଟା ୨୬ ମିନିଟ୍ ପରେ କୃଷ୍ଣପକ୍ଷ ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ୍, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଶାରୀରିକପୀଡ଼ା ଭୋଗିବେ। ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଜ୍ୟେଷ୍ଠାବିଛା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ମା’ଚଣ୍ଡୀ
ଧନୁ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟକରିବେ ଏବଂପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ଏବଂ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ତାରା
ମକର : ଘାତବାର ଓ ଦ୍ୱାଦଶଚନ୍ଦ୍ର ଏବଂ ସକାଳ ୫ଟା ୨୬ ମିନିଟ୍ ପରେ କୃଷ୍ଣପକ୍ଷ ଭୋଗ ହେଉ ଥିବାରୁ ସମସ୍ତ କର୍ମ, ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ । ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ ରହିବ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ ଏବଂ ହୃତଗୌରବ, ହୃତ ସମ୍ମାନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣାମକର, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’କାଳୀ
କୁମ୍ଭ : ଘାତଚନ୍ଦ୍ର ଯୋଗୁ ବାଦାବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକସ୍ଥିତି ବିଗିଡ଼ି ଯିବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ କର୍ମ ପ୍ରତି ବିବାଦ ଆସିପାରେ । ଯେଉଁମାନଙ୍କୁ ଧନିଷ୍ଠାକୁମ୍ଭ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ଭୈରବୀ
ମୀନ : ଦଶମଚନ୍ଦ୍ର, ମଙ୍ଗଳବାର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ମନରେ ସତ୍ଚିନ୍ତା, ସତ୍ ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ମାତଙ୍ଗୀ
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଫୋନ୍.: ୯୪୩୭୧୩୩୪୭୩