ମହଙ୍ଗାଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

Jul 23, 2026 - 11:42
ମହଙ୍ଗାଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟସରକାର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବୃଦ୍ଧି କରାଯାଇଛି । ଫଳରେ ମହଙ୍ଗା ଭତ୍ତା ୨୫୭%ରୁ ବୃଦ୍ଧି ପାଇ ୨୬୨% ରେ ପହଞ୍ଚିଛି । ବର୍ଦ୍ଧିତ ମହଙ୍ଗାଭତ୍ତା ପିଛିଲା ଭାବେ ଜାନୁଆରୀରୁ ଲାଗୁ ହୋଇ ଜୁଲାଇ ଦରମାରେ ମିଳିବ ବୋଲି ବିଜ୍ଞପ୍ତିରେ ସୂଚନା ଦିଆଯାଇଛି । କେନ୍ଦ୍ରସରକାର କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରିବା ପରେ ରାଜ୍ୟ ସରକାର ମଧ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହା ଫଳରେ ହଜାର ହଜାର ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀ  ସିଧାସଳଖ ଭାବେ ଉପକୃତ ହେବେ

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।