30 JULY 2026

Welcome!

Unlock your personalized experience.
Sign Up

ମହାନଦୀ ଜଳବଣ୍ଟନ ଓ ପରିଚାଳନା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Jul 30, 2026 - 17:20
ମହାନଦୀ ଜଳବଣ୍ଟନ ଓ ପରିଚାଳନା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ: ମହାନଦୀ ଜଳବଣ୍ଟନ ଓ ପରିଚାଳନା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ସି.ଆର ପାଟିଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ମଧ୍ୟ ଉକ୍ତ ବୈଠକରେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୈଠକର ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ।

ଏହାସହ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କି, ମହାନଦୀ ଜଳବଣ୍ଟନ ଓ ପରିଚାଳନା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଲି। ଏହି ବୈଠକରେ ଓଡ଼ିଶାର ଅଧିକାର, ଚାଷୀକୂଳଙ୍କ ଭବିଷ୍ୟତ ଏବଂ ରାଜ୍ୟର ଜଳସମ୍ପଦର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆମର ପକ୍ଷ ଦୃଢ଼ତାର ସହ ଉପସ୍ଥାପନ କରାଯାଇଛି । ଉଭୟ ରାଜ୍ୟ ମଧ୍ୟରେ ଗଠନମୂଳକ ଆଲୋଚନା, ପାରସ୍ପରିକ ସହଯୋଗ ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଭିମୁଖ୍ୟ ମାଧ୍ୟମରେ ମହାନଦୀ ଜଳ ସମସ୍ୟାର ଏକ ସ୍ଥାୟୀ, ଆପୋଷ ଓ ସନ୍ତୋଷଜନକ ସମାଧାନ ବାହାର କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ।

ଏହାସହ ପଢ଼ନ୍ତୁ: Aerial survey : ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।