ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…
ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା।
ମେଡିକାଲରେ ଉଦ୍ଧାର ହୋଇଥିବା ଯୁବକ ଜଣକ ଗଣମାଧ୍ୟମକୁ ଆଶ୍ଚର୍ଯ୍ୟଜନକ ପ୍ରତିକ୍ରିୟା ଦେଇଛନ୍ତି। ଯୁବକଙ୍କ ଜଣକ କହିଛନ୍ତି ଯେ, ସେ ଜାଣିବାକୁ ଚାହୁଁଥିଲେ ପ୍ରଶାସନ କେତେ ସମୟରେ ଉଦ୍ଧାର ପାଇଁ ପହଞ୍ଚୁଛି। ଯୁବକଙ୍କ ଏହି ବୟାନ ଏବେ ଚର୍ଚ୍ଚାର ବିଷୟ ହୋଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।