ମାଲକାନଗିରିରେ ୨ ଦିନ ସ୍କୁଲ୍ ଛୁଟି

Nov 18, 2026 - 11:50
ମାଲକାନଗିରିରେ ୨ ଦିନ ସ୍କୁଲ୍ ଛୁଟି

ଭୁବନେଶ୍ୱର : ମାଲକାନଗିରିରେ ୨ ଦିନ ସ୍କୁଲ୍ ଛୁଟି । ସ୍କୁଲ୍ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ସମ୍ଭାବ୍ୟ ବାତ୍ୟା ‘ଅକଭାନ୍’ ପାଇଁ ପ୍ରବଳ ବର୍ଷା ଆଶଙ୍କା ଯୋଗୁଁ ନଭେମ୍ବର ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି । ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ଜିଲ୍ଲାର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ରହିବ । 

 ଏହି ଦୁଇ ଦିନ ଛାତ୍ରଛାତ୍ରୀଙ୍କ ପାଇଁ ଛୁଟି ଥିଲେ ମଧ୍ୟ ସ୍କୁଲ୍ ଓ କଲେଜର ସମସ୍ତ ଶିକ୍ଷକ, ଅଣଶିକ୍ଷକ କର୍ମଚାରୀ ଏବଂ ଅଙ୍ଗନବାଡ଼ି କର୍ମୀ ନିୟମିତ ଭାବେ ନିଜ କାର୍ଯ୍ୟରେ ଯୋଗ ଦେବେ। ଜରୁରୀକାଳୀନ ପରିସ୍ଥିତିରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ପାଇଁ ସେମାନଙ୍କ ସେବା ନିଆଯାଇପାରେ।

ଅନ୍ୟପଟେ ସରକାରୀ କର୍ମଚାରୀଙ୍କ ପାଇଁ ମଧ୍ୟ କଡ଼ା ନିର୍ଦ୍ଦେଶ ଜାରି ହୋଇଛି । କୌଣସି କର୍ମଚାରୀ ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ିପାରିବେ ନାହିଁ। ବିଶେଷକରି ତହସିଲଦାର ଓ ବିଡିଓମାନଙ୍କୁ ମୁଖ୍ୟାଳୟ ନଛାଡ଼ିବାକୁ ନିର୍ଦ୍ଦେଶ ରହିଛି। ସମ୍ଭାବ୍ୟ ବାତ୍ୟା ଓ ବର୍ଷା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଯେପରି କୌଣସି ଧନ ଜୀବନହାନୀ ନଘଟେ ଏବଂ ସେଥିପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)