ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ୫ ପ୍ରତିଶତ ମହଙ୍ଗା ଭତ୍ତା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ୫ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହାଦ୍ୱାରା ସରକାରୀ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୨୫୭ ପ୍ରତିଶତରୁ ୨୬୨ ପ୍ରତିଶତକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୬ ଜାନୁଆରି ପହିଲା ଠାରୁ ଲାଗୁ ହେବ। ଏହା ଜୁଲାଇ ମାସର ଦରମା ସହିତ ମିଳିବ ବୋଲି ଜଣାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।