ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା
ଭୁବନେଶ୍ବର : ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ଆଉ ଦିନଟିଏ ବାକି ରହିଛି । ରଥଯାତ୍ରା ପୂର୍ବରୁ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ତଥା ପୂର୍ବତନ ଆଇପିଏସ୍ ଅଧିକାରୀ ପ୍ରକାଶ ମିଶ୍ର । ସୋମବାର ସେ ପୁରୀ ଗସ୍ତରେ ଆସି ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ବିଭିନ୍ନ ସୁବିଧା ନେଇ କରାଯାଇଥିବା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ପରିଚାଳନା ଏବଂ ସାମଗ୍ରିକ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ଏହି ଅବସରରେ ସେ ଇଣ୍ଟିଗ୍ରେଟେଡ୍ କଣ୍ଟ୍ରୋଲ୍ ରୁମ୍ ପରିଦର୍ଶନ କରିବା ସହ ସିସିଟିଭି ନିରୀକ୍ଷଣ ବ୍ୟବସ୍ଥା ଏବଂ ଏହାର କ୍ଷମତା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ରଥଯାତ୍ରା ସମୟରେ ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁ ଯେପରି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ଯାତ୍ରାରେ ସାମିଲ ହୋଇପାରିବେ ଏବଂ କୌଣସି ଅସୁବିଧା ନହୁଏ, ସେନେଇ ପ୍ରସ୍ତୁତିର ଅଗ୍ରଗତି ଉପରେ ସେ ଆଲୋଚନା କରିଛନ୍ତି। ପରେ ସେ ଶ୍ରୀମନ୍ଦିର ଯାଇ ପଟି ଦିଅଁଙ୍କ ଦର୍ଶନ କରିଥିଲେ। ଚଳିତ ବର୍ଷର ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି ।
ଜୁଲାଇ ୧୬ରୁ ଆରମ୍ଭ ହେଉଥିବା ବାର୍ଷିକ ରଥ ମହୋତ୍ସବ ପାଇଁ ପବିତ୍ର ସହର ଓଡ଼ିଶା, ଭାରତ ଏବଂ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତଙ୍କୁ ସ୍ୱାଗତ କରିବାକୁ ଯାଉଥିବାରୁ, ଏହି କାର୍ଯ୍ୟକ୍ରମକୁ ସୁଗମ ଏବଂ ନିରାପଦ ଭାବରେ ପରିଚାଳନା କରିବା ପାଇଁ ଓଡ଼ିଶା ସରକାର ପ୍ରସ୍ତୁତିକୁ ଜୋରଦାର କରିଛନ୍ତି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।