ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

Jul 10, 2026 - 17:00
ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି ନାମକ ବ୍ୟକ୍ତିଙ୍କୁ ଖାରବେଳ ନଗର ପୋଲିସ ଗିରଫ କରିଛି। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକ ଦେଉଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ରଜନୀକାନ୍ତ ୟୁନିଟ୍‌-୩ ଅଞ୍ଚଳରେ ଭଡ଼ାଘରେ ରହୁଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।