ରାଜ୍ୟ କ୍ୟାବିନେଟରେ ୧୩ ପ୍ରସ୍ତାବକୁ ମଞ୍ଜୁରୀ, ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ପାଇଁ ନିଆଗଲା ବଡ ନିଷ୍ପତ୍ତି
ଭୁବନେଶ୍ବର, ୧୪।୭ : ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟର ୪୪ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭ ବିଭାଗର ୧୩ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି।
ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ୭ଟି ଏହିପରି ମୋଟ ୭ଟି ବିଭାଗର ମୋଟ ୧୩ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି l
ମୁଖ୍ୟମନ୍ତ୍ରୀ ସଡକ ଯୋଜନା ୫ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ଏହି ଯୋଜନା କାର୍ଯ୍ୟକାରି କରିବା ପାଇଁ ୧୯୧୭ କୋଟି ଟଙ୍କା ବ୍ୟୟବରାଦରେ ୩୮୫୦ କି.ମି ନୂତନ ରାସ୍ତା ତଥା ସେତୁ ନିର୍ମାଣ ଏବଂ ଚାଲୁ ରହିଥିବା ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଅନୁମୋଦିତ ହୋଇଛି।
ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଗ୍ରାମ୍ୟ ଉନ୍ନୟନ ଅଧୀନସ୍ଥ ରାସ୍ତାଗୁଡିକର ଉନ୍ନତିକରଣ ଯୋଜନା ପ୍ରଣୟନ କରିଛନ୍ତି। ଗ୍ରାମାଞ୍ଚଳରେ ଥିବା ଚିକିତ୍ସାଳୟ, ଶିକ୍ଷାନୁଷ୍ଠାନ, ମୁଖ୍ୟ ବଜାର , ପର୍ଯ୍ୟଟନସ୍ଥଳ ପ୍ରମୁଖକୁ ସଡକ ସୁବିଧା ଯୋଗାଇବା ଏହି ଯୋ ଜନାର ମୂଳ ଲକ୍ଷ୍ୟ ରହିଛି। ଏହି ଯୋଜନାରେ ୫ ବର୍ଷ କାର୍ଯ୍ୟକାରୀ କରିବା ପାଇଁ ୫୭୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଚି। ପ୍ରାୟ ୧୭୫୦୦ କିମି ନୂତନ ରାସ୍ତା ନିର୍ମାଣ କରିବା ପାଇଁ ଅନୁମୋଦିତ କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।