ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

Aug 02, 2026 - 21:22
ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ ମାସର ପ୍ରଥମ ପାଳିରେ ଜଳଲାଗି କରିବା ପାଇଁ ହଜାର ହଜାର ସଂଖ୍ୟାରେ କାଉଡ଼ିଆମାନେ ଦୂର ଦୁରାନ୍ତରୁ ନଦୀ କୂଳରେ ପହଞ୍ଚିଥିଲେ ।

ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବ ଭକ୍ତମାନେ ନିଜ ମାନସିକ ପୂରଣ ପାଇଁ ନଦୀ ବାଲିରେ ଶିବାଲିଙ୍ଗ ସ୍ଥାପନ କରି ପରମ୍ପାରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରି କଳସରେ ନଦୀଜଳକୁ ଶ୍ରାବାଣୀ ଭାର କାନ୍ଧରେ ଧାରଣ କରି ନିକଟସ୍ଥ ବାବା ଆଖଣ୍ଡଳମଣି ମନ୍ଦିର ପରିକ୍ରମା କରିବା ସହ ବିଭିନ୍ନ ଶୈବାପୀଠ ଅଭିମୁଖେ ବୋଲବମ ହର ହର ବମ ନାରା ଦେଉଥିବା ଦେଖିବାକୁ ମିଳିଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ବାବା ଆଖଣ୍ଡଳମଣି ବୋଲବମ ପରିଚାଳନା କମିଟି ପକ୍ଷରୁ ଶ୍ରଦ୍ଧାଳୁମାନଙ୍କ ପାଇଁ ସୁବ୍ୟବସ୍ଥା କରାଯାଇଥିଲା ।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।