ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ
ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ ଭାବେ ଚୟନ ହୋଇଛନ୍ତି। ତାଙ୍କ ଏହି ଚୟନକୁ ନେଇ ଅଞ୍ଚଳରେ ଆନନ୍ଦର ପରିବେଶ ସୃଷ୍ଟି ହୋଇଥିବାବେଳେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିଛି। ଏହି ଦାୟିତ୍ୱ ପ୍ରଦାନ ପାଇଁ ସେ ପୂର୍ବତନ ଏମ୍ପି, ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଜାତୀୟ ଉପସଭାପତି ତଥା ଓଡ଼ିଶା ରାଜ୍ୟ ସଭାପତି ଡ. ରାମଚନ୍ଦ୍ର ଖୁଣ୍ଟିଆଙ୍କ ସମେତ ସଙ୍ଗଠନର ସମସ୍ତ ବରିଷ୍ଠ ନେତୃବୃନ୍ଦଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଛନ୍ତି। ନୂତନ ଦାୟିତ୍ୱକୁ ସୁଚାରୁ ରୂପେ ତୁଲାଇବା ସହ ଶ୍ରମିକମାନଙ୍କ ସ୍ବାର୍ଥର ସୁରକ୍ଷା ଏବଂ ସଙ୍ଗଠନକୁ ଆହୁରି ସୁଦୃଢ଼ କରିବା ଦିଗରେ କାର୍ଯ୍ୟ କରିବେ ବୋଲି ପଧାନ ପ୍ରକାଶ କରିଛନ୍ତି।
Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।