ରାୟଗଡ଼ା ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ, ୨୦୦ରୁ ଅଧିକ ଛାତ୍ରୀ ଘରମୁହାଁ

Sep 19, 2026 - 12:10
ରାୟଗଡ଼ା ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ, ୨୦୦ରୁ ଅଧିକ ଛାତ୍ରୀ ଘରମୁହାଁ

ନନ୍ଦିଘୋଷ ବ୍ୟୁରୋ : ରାୟଗଡ଼ା ଜିଲ୍ଲା ରବାଡି ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ। ଭୟରେ ଅବିଭାବକମାନେ ନିଜ ପିଲାଙ୍କୁ ଘରକୁ ନେଇଯାଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୦୦ରୁ ଅଧିକ ଛାତ୍ରୀ ହଷ୍ଟେଲ ଛାଡିଛନ୍ତି। ୨୦ରୁ ଅଧିକ ଛାତ୍ରୀ ଜଣ୍ଡିସରେ ଆକ୍ରାନ୍ତ ହୋଇଛନ୍ତି। ଜଣେ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ବାକିମାନେ ଏବେ ବି ଛାତ୍ରୀ ନିବାସରେ ରହି ଚିକିତ୍ସିତ ହେଉଛନ୍ତି। ୫ ଦିନ ତଳେ କିଛି ଝିଅମାନଙ୍କୁ ସାମାନ୍ୟ ଜ୍ବର ହେବା ସହିତ ଆଖି ଦଳଦିଆ ପଡିଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଆକ୍ରାନ୍ତମାନେ ସାମାନ୍ୟ ସୁସ୍ଥ ହୋଇଥିଲେ ହେଁ ଜଣ୍ଡିସ୍ ଲକ୍ଷଣ କମିନାହିଁ। ନିୟମିତ ଚିକିତ୍ସା ଯୋଗାଇ ଦିଆଯାଉଥିବା କହିଛନ୍ତି ଜିଲ୍ଲା ମଙ୍ଗଳ ଅଧିକାରୀ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)