ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

Aug 03, 2026 - 16:59
ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ଜୋରଦାର କରାଯାଉଛି। ପୂର୍ବାହ୍ନରେ ବାଲିଗୁଡା ଏସଡିପିଓ ଶୁଭମ ଭୋସଲେ ପହଞ୍ଚି ତଦନ୍ତ କରିଥିବା ବେଳେ ଅପରାହ୍ନରେ ବୌଦ୍ଧ ଜିଲାରୁ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ନମୁନା ସଂଗ୍ରହ କରିଛନ୍ତି । ଘଟଣା ଘଟିବାର ୨୪ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ବିତିଯାଇଥିଲେ ସୁଦ୍ଧା ପୋଲିସ ଦୁର୍ବୁତ୍ତଙ୍କୁ ଧରିବାରେ ସଫଳ ହୋଇନାହିଁ। ବିଭିନ୍ନ ସ୍ଥାନରେ ସିସି ଟିଭି ଯାଞ୍ଚ ସହ ତଦନ୍ତକୁ ଜୋରଦାର କରୁଥିବା ଜଣାପଡିଛି।
ସୂଚନାଯୋଗ୍ୟ ଯେ, ଲୁଟ ସମ୍ପର୍କରେ ରବିବାର ଜଣାପଡିବା ପରେ ବ୍ୟବସାୟୀ ଜଣକ ଥାନା ରେ ଲିଖିତ ଅଭିଯୋଗ କରିଥିଲେ ଅଭିଯୋଗ ପାଇ ଆଇଆଇସି ସଂଗ୍ରାମ କେଶରୀ ଜେନା, ତଦନ୍ତକାରୀ ଅଧିକାରୀ ଲଷ୍ମୀ ମାଝୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ରବିବାର ସନ୍ଧ୍ୟାରେ ସନ୍ଧାନୀ କୁକୁର ପହଞ୍ଚି ସନ୍ଧାନ କରୁଥିଲା ପୋଲିସ ସବୁ ଦିଗରୁ ତଦନ୍ତ କରୁଥିବା କହିଛି।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।