ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ ପରିଦର୍ଶନ କରି ସ୍ଥାନୀୟ ଭାଜପା କାର୍ଯ୍ୟକର୍ତ୍ତା ଏବଂ ଗ୍ରାମବାସୀଙ୍କ ସହ ଗ୍ରାମର ବିଭିନ୍ନ ସମସ୍ୟା ଉପରେ ଗ୍ରାମବାସୀଙ୍କ ସହ ସୌଜନ୍ୟ ମୂଳକ ସାକ୍ଷାତ କରି ରାସ୍ତାଘାଟ, ପାନୀୟ ଜଳ, ଆଦି ବିଷୟରେ ଆଲୋଚନା କରିଥିଲେ। ଗରିବ ଲୋକଙ୍କ ବିଭିନ୍ନ ସମସ୍ୟା, ଅଭାବ ଓ ଅଭିଯୋଗ ଶୁଣି ସେଗୁଡ଼ିକର ଶୀଘ୍ର ସମାଧାନ କରିବାକୁ ଏମପି ପ୍ରତିଶ୍ରୁତି ଦେଇଥିଲେ। ଏହି ପରିଦର୍ଶନ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସମେତ ବହୁ ଭାଜପା ନେତା ଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।