Welcome!

Unlock your personalized experience.
Sign Up

ଶନିବାର ରାଶିଫଳ: ଶ୍ରୀଚନ୍ଦ୍ର, ଶନିବାର, ଶତଭିଷା ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ପୂର୍ଣ୍ଣ ହେବ

Jul 31, 2026 - 21:50
ଶନିବାର ରାଶିଫଳ: ଶ୍ରୀଚନ୍ଦ୍ର, ଶନିବାର, ଶତଭିଷା ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ପୂର୍ଣ୍ଣ ହେବ

ମେଷ : ଏକାଦଶଚନ୍ଦ୍ର ଯୋଗୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ। ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ,ବ୍ୟବସାୟଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ 

ବୃଷ : ଘାତବାର, ଦଶମଚନ୍ଦ୍ର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ। କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ବାଣିଜ୍ୟ,ବ୍ୟବସାୟଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା 

ମିଥୁନ : ଘାତଚନ୍ଦ୍ରଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅପମାନ, ଅପଯଶ, ଅପନିନ୍ଦାମିଳିବଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତରହିବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ ।ଯେଉଁମାନଙ୍କର ଆର୍ଦ୍ରାମିଥୁନ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ 

କର୍କଟ : ଅଷ୍ଟମଚନ୍ଦ୍ର, ଶନିବାର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରକ୍‌ ଦ୍ରବ୍ୟବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଉଚିତ୍‌କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ। ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ 

ସିଂହ : ଘାତବାର ଓ ସପ୍ତମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ 

କନ୍ୟା : ଷଷ୍ଠଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ ।ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ ଓ ଚିତ୍ରାକନ୍ୟା, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ 

ତୁଳା: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗିରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ ଛିନ୍ନମସ୍ତା 

ବିଛା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ 

ଧନୁ : ତୃତୀୟଚନ୍ଦ୍ର, ତୃତୀୟାତିଥି ଯୋଗୁ ସମସ୍ତକର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ ଏବଂ ସମସ୍ତ ଇପ୍‌ସିତପଦାର୍ଥ ହାତପାହାନ୍ତାରେ ଉପଲବ୍ଧ ହେବ । ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଆୟର ନୂତନ ମାର୍ଗଖୋଲିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶପାଇବ ।ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । 3

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁହନୁମାନ 

ମକର : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକୁ ନେଇ ବିବାଦ ଓ ମାଲିମ କଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଶ୍ରବଣାମକର, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ବିମଳା 

କୁମ୍ଭ : ଶ୍ରୀଚନ୍ଦ୍ର, ଶନିବାର, ଶତଭିଷା ନକ୍ଷତ୍ର ଭୋଗହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ ଏବଂ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟସୁଖ ଅନୁଭୂତ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : କଳା, ସଂଖ୍ୟା: ୧୧, ଆରାଧନା : ମା’ କାଳୀ 

ମୀନ : ଘାଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଠିକ୍‌ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତକର୍ମରେ ଭୁଲ୍‌ ନିଷ୍ପତ୍ତି ଗ୍ରହଣ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗିରହିବ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି ସୁସଙ୍ଗରେ ପଡ଼ିବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶମନେ ହେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା 

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ଯୋଗାଯୋଗ.: ୯୪୩୭୧୩୩୪୭୩

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।