Welcome!

Unlock your personalized experience.
Sign Up

ଶନିବାର: ହଠାତ୍ ଏହି ରାଶିର ବ୍ୟକ୍ତି ସୁନାବେଶ ଦର୍ଶନ ପାଇଁ ବାହାରିବେ ପୁରୀ

Jul 24, 2026 - 21:47
ଶନିବାର: ହଠାତ୍ ଏହି ରାଶିର ବ୍ୟକ୍ତି ସୁନାବେଶ ଦର୍ଶନ ପାଇଁ ବାହାରିବେ ପୁରୀ

ମେଷ : ଅଷ୍ଟମଚନ୍ଦ୍ର, ଶନିବାରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକପୀଡ଼ା ଭୋଗିବେ। ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗିରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର କୃତ୍ତିକାମେଷ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ

ବୃଷ : ସପ୍ତମଚନ୍ଦ୍ର, ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ପଡ଼ିବ ନାହିଁ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ମନରେପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ସହଯୋଗପ୍ରାପ୍ତି ହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ରୋହିଣୀବୃଷ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମାକମଳା

ମିଥୁନ : ଷଷ୍ଠଚନ୍ଦ୍ର, ଶନିବାର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ରୋଗ, ଋଣ, ଦୁଃଖ, କ୍ଳେଶ, ମାନସିକ ଅବସାଦରୁ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଗୁରୁଜନ ଓ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ଆର୍ଦ୍ରାମିଥୁନ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ

କର୍କଟ : ପଞ୍ଚମ ଚନ୍ଦ୍ରଯୋଗୁ ପାଞ୍ଚଟି କର୍ମରେ ଅଧିକ ଶୁଭଫଳ ମିଳିବ । ବିଦ୍ୟାରେ ସଫଳତା, ସନ୍ତାନମାନଙ୍କ କୃତଜ୍ଞତା, ପିତାମାତାଙ୍କ କୃପା, କର୍ମରେ ସଫଳତା, ଯଶ, ସମ୍ମାନ ପ୍ରାପ୍ତିହେବ । ଆପଣଙ୍କ ବକ୍ତବ୍ୟରେ ସମସ୍ତେ ବଶୀଭୂତ ହେବେ ଏବଂ ସମସ୍ତଙ୍କର ପ୍ରଶଂସାରପାତ୍ର ହେବେ । ପାରିବାରିକ ବିବାଦ ଓ ପୈତୃକସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁଷ୍ୟାକର୍କଟ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମାସମଲେଶ୍ୱରୀ

ସିଂହ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ଶନିବାରଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧିପାଇବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଫାଲଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ମାସମଲେଶ୍ୱରୀ

କନ୍ୟା : ତୃତୀୟଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମାଛିନ୍ନମସ୍ତା

ତୁଳା: ଶୁକ୍ଳପକ୍ଷର ଦ୍ୱିତୀୟଚନ୍ଦ୍ର, ଶନିବାର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆର୍ଥିକସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମ ଉନ୍ନତି ଶିଖର ଛୁଇଁବ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ବ୍ୟବସାୟରେ ଅଧିକ ଆୟପାଇଁ ନୂତନ ଯୋଜନା କରିବେ । ଆୟର ନୂତନ ମାର୍ଗ ଖୋଲିବ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଭୂମି ଓ ଯାନବାହନ କ୍ରୟକରିବେ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ସ୍ଥାୟୀ ଜମାରଖିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ସ୍ୱାତୀତୁଳା, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ

ବିଛା : ଶ୍ରୀଚନ୍ଦ୍ରଯୋଗୁ ଧନ,ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ସହଯୋଗ ମିଳିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । କର୍ମରେ ସଫଳତା, ସମ୍ମାନ, ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଅନୁରାଧାବିଛା, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମାବଗଳାମୁଖୀ

ଧନୁ : ଶୁକ୍ଳପକ୍ଷର ଦ୍ୱାଦଶଚନ୍ଦ୍ରଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦରେ ରହିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀରାମ

ମକର : ଏକାଦଶଚନ୍ଦ୍ର, ଏକାଦଶୀତିଥି, ଶନିବାର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ପରିବେଶ, ପରିସ୍ଥିତି, ସମୟ ଆପଣଙ୍କ ପକ୍ଷରେ ଯିବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ଆକସ୍ମିକ ଧନଲାଭ, କୌଣସି ବିଶେଷସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ପ୍ରମୋଶନ ମିଳିବ । ଯେଉଁମାନଙ୍କର ଶ୍ରବଣାମକର, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମାଦୁର୍ଗା

କୁମ୍ଭ : ଦଶମଚନ୍ଦ୍ର, ଶନିବାର ଓ ବୁଧଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳ ହେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମବିଶ୍ୱାସ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଶତଭିଷାକୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମାକାଳୀ

ମୀନ : ଶୁକ୍ଳପକ୍ଷର ନବମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ଗୁରୁଜନ, ମହତ୍ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରିବେ । ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ ରହିବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଗୁରୁଜନଙ୍କ କୃପା ଲାଭ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରଭାଦ୍ରମୀନ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମାତାରା

ଜ୍ୟୋତିର୍ବିଦ୍: କୈଳାସ ଦାଶ

ଫୋନ୍.: ୯୪୩୭୧୩୩୪୭୩

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।