ଶିକ୍ଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ,୧୫ଟି ପ୍ରସ୍ତାବକୁ ଅନୁମୋଦନ

Nov 14, 2026 - 11:26
ଶିକ୍ଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ,୧୫ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର : ଶିକ୍ଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୦୧୩ ସରକାରୀ ବ୍ଲକ ଗ୍ରାଣ୍ଟ ଅନୁଦାନରୁ ବଞ୍ଚିତ ୧୯୪ଟି ଉଚ୍ଚ ବିଦ୍ୟାଳୟକୁ ଅନୁଦାନ ଦିଆଯିବ। ଅଶୋକ ତ୍ରିପାଠୀ କମିଟିର ସୁପାରିଶ ଆଧାରରେ ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ସରକାରୀ ସ୍କୁଲରେ ପାର୍ଟ-ଟାଇମ୍ କଳା, ସଂଗୀତ ଓ କ୍ରୀଡ଼ା ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୦ ହଜାର ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ୬ ବର୍ଷ ପୂରଣ କରି ୨୦୨୨ ମସିହାରେ ନିୟମିତ ହୋଇଥିବା ସରକାରୀ ମାଧ୍ୟମିକ ବିଦ୍ୟାଳୟର TGT ଓ PET ଶିକ୍ଷକଙ୍କୁ ବକେୟା ଦରମା ପ୍ରଦାନ କରାଯିବ ।

ଅନୁଦାନ ପ୍ରାପ୍ତ ଓ ଅଣଅନୁଦାନ ପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନ କର୍ମଚାରୀ ସଂଘମାନଙ୍କର ବିଭିନ୍ନ ପ୍ରକାର ଦାବୀ ସମୂହର ଅନୁଶୀଳନ ନିମନ୍ତେ ଅଶୋକ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଥିଲା । କମିଟିର ସୁପାରିଶକୁ ସଂପୃକ୍ତ ବିଭାଗଦ୍ୱୟ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରିଛନ୍ତି ।

କମିଟି ରିପୋର୍ଟ ଅନୁସାରେ, ୨୦୧୬ରୁ ୨୦୧୮ ମସିହା ମଧ୍ୟରେ ନିଯୁକ୍ତ ଶିକ୍ଷା ସହାୟକମାନଙ୍କୁ ନିୟମିତ କରାଯିବ । ପ୍ରଥମା ଓ ମଧ୍ୟମା ସଂସ୍କୃତ ଟୋଲ ଗୁଡ଼ିକରେ ନିୟମିତ ଶିକ୍ଷକ ନିଯୁକ୍ତି କରାଯିବ ।.ସରକାରୀ ବିଦ୍ୟାଳୟରେ ଚାକିରୀ କରିଥିବା କ୍ଲାସିକାଲ୍ ଶିକ୍ଷକମାନଙ୍କୁ (TG) ଶିକ୍ଷକ ଯୋଗ୍ୟତା ସାରଣୀରେ ଅନ୍ତର୍ଭୁକ୍ତ କରାଯିବ । ପୂର୍ଣ୍ଣ ଅନୁଦାନପ୍ରାପ୍ତ ମଧ୍ୟମା ସଂସ୍କୃତ ଟୋଲ୍ ରେ ଶିକ୍ଷକ ମୁତୟନ କରାଯିବ । ଧନ୍ଦାମୂଳକ ପ୍ରଶିକ୍ଷକଙ୍କୁ ନିୟମିତ ଭାଗରେ ବେତନ ପ୍ରଦାନ କରାଯିବ । ଓଡିଶା କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କୁ ଅଧିକ ଯୋଗ୍ୟତା ହାସଲ କରିବାକୁ ସୁଯୋଗ ଦିଆଯିବ । ଆଦର୍ଶ ବିଦ୍ୟାଳୟର ସମସ୍ତ ଆବାସିକ ଛାତ୍ରାବାସକୁ ସମ୍ପୂର୍ଣ୍ଣ କରାଯାଇ କାର୍ଯ୍ୟକ୍ଷମ କରାଯିବ । ଆଦର୍ଶ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀମାନଙ୍କ ନିୟମିତ ଦରମା ପାଇବାର ବ୍ୟବସ୍ଥା ହେବ ।

ଆଦର୍ଶ ବିଦ୍ୟାଳୟର କର୍ମଚାରୀମାନଙ୍କର ପିଲାମାନଙ୍କୁ ଆଦର୍ଶ ବିଦ୍ୟାଳୟରେ ପଢ଼ିବା ପାଇଁ ବ୍ୟବସ୍ଥା କରିଯିବ । ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ TGT ଶିକ୍ଷକ ମାନଙ୍କର ପୂର୍ବ ଚାକିରିର ଗଣତି ଓ ବେତନର ସୁରକ୍ଷା କରାଯିବ । ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ AI ଓ Robotics ପରୀକ୍ଷାଗାର ଖୋଲିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି ଯ ବୈଠକରେ ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ପେନସନ୍ ଦାବୀ ଉପରେ ମଧ୍ୟ ଆଲୋଚନା ହୋଇଥିଲା । କିନ୍ତୁ ଯେହେତୁ ଏହା ବର୍ତ୍ତମାନ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ସକ୍ରିୟ ବିଚାରାଧିନ ଅଛି, ତେଣୁ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ପ୍ରାପ୍ତି ହେବା ପରେ ବିହିତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)