ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

Jul 07, 2026 - 15:11
ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ହୋଇଛି।

ପ୍ରଧାନଶିକ୍ଷକ ଜଣକ ଜନୈକ ଶିକ୍ଷୟିତ୍ରୀଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେବା ସହିତ ବିଭିନ୍ନ ସମୟରେ ଅସଦାଚରଣ କରୁଥିବା ନେଇ ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏପରିକି ପୋଲିସ ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଥାନା ପକ୍ଷରୁ କୁହାଯାଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।