ଶୁକ୍ରବାର: ସମସ୍ତ କର୍ମରେ ଶୁଭଫଳ ପାଇବେ ଏହିସବୁ ରାଶିର ବ୍ୟକ୍ତି
ମେଷ : ଏକାଦଶଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଆର୍ଥିକ ସ୍ଥିତିରେ ଉନ୍ନତି,ବ୍ୟବସାୟରେ ପ୍ରଗତି ଏବଂ ଆୟର ନୂତନ ମାର୍ଗ ଖୋଲିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ ।ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଧନର ସତ୍ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ସ୍ଥାୟୀ ବିନିଯୋଗ କରିବେ । ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳପାଇବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ
ବୃଷ : ଦଶମଚନ୍ଦ୍ର, ଶୁକ୍ରବାରଯୋଗୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଗୃହାରାମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭ କର୍ମର ଆୟୋଜନ କରିବେ ଏବଂ ନୂତନ କର୍ମ ନିଯୁକ୍ତିର ଖବର ମିଳିପାରେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ ।ଯେଉଁମାନଙ୍କର ରୋହିଣୀବୃଷ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ
ମିଥୁନ : ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାଦି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ନିଜର ପ୍ରୀୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପାମାନ ମିଳିପାରେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ।ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମୃଗଶିରାମିଥୁନ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା
କର୍କଟ : ଅଷ୍ଟମଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକପୀଡ଼ା ଭୋଗିବେ । ଠିକ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ,ବ୍ୟବସାୟଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ । ଯେଉଁମାନଙ୍କର ପୁଷ୍ୟାକର୍କଟ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ
ସିଂହ : ସପ୍ତମଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦ, ମଉଜମଜଲିସରେ ଅଧିକ ଧନ ବ୍ୟୟ କରିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ବନ୍ଧୁବାନ୍ଧବଙ୍କ ସହ ସଦ୍ଭାବ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ବାଣିଜ୍ୟ,ବ୍ୟବସାୟଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ ।ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀସିଂହ, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ଭଗବାନ ଶିବ
କନ୍ୟା : ଷଷ୍ଠଚନ୍ଦ୍ରଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ
ତୁଳା: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ହ୍ରାସ ପାଇବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କଶିକ୍ଷା, ଦୀକ୍ଷା, କର୍ମ, ଚାଲିଚଳନ, କଥାବାର୍ତ୍ତାକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରାତୁଳା, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ପ୍ରଭୁଶ୍ରୀରାମ
ବିଛା: ଘାତବାର ଓ କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ ।ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ,ବ୍ୟବସାୟଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେସଫଳତା ଓ ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ
ଧନୁ : ଘାତବାର, ତୃତୀୟଚନ୍ଦ୍ର ଓ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ବନ୍ଧୁବାନ୍ଧବଙ୍କ ସହ ସଦ୍ଭାବ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ,ବ୍ୟବସାୟଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ପୂର୍ବାଷାମା ଧନୁ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ତାରା
ମକର : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ,ବ୍ୟବସାୟଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଷାମାମକର, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା
କୁମ୍ଭ : ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରାମ୍ଭ, ବ୍ୟବସାୟ ଆରମ୍ଭ, ଗୃହପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ରକୁମ୍ଭ , ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା
ମୀନ : ଘାତବାର, ଘାତଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ଦୂରସ୍ଥାନକୁ ଯାତ୍ରା କଲାବେଳେ ଏକାକୀ ଯାତ୍ରା କରିବେ ନାହିଁ । ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ ।ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରଭାଦ୍ରମୀନ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଫୋନ୍: ୯୪୩୭୧୩୩୪୭୩
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।