ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହେବ ଶାରଦୀୟ ପାର୍ବଣର ଷୋଳପୂଜା

Oct 03, 2026 - 11:26
ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହେବ ଶାରଦୀୟ ପାର୍ବଣର ଷୋଳପୂଜା

ପୁରୀ : ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହେବ ଶାରଦୀୟ ପାର୍ବଣର ଷୋଳପୂଜା ।ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଆଶ୍ୱିନ ଶୁକ୍ଳ ନବମୀ ପର୍ଯ୍ଯନ୍ତ ଏହି ଷୋଡ଼ଶ ଦିବସ ବ୍ୟାପି ପୂଜା ପାଳିତ ହୁଏ । ଏନେଇ ଗଜପତିଙ୍କ ଶ୍ରୀନହରରେ ଗଜପତିଙ୍କ ରାଜଗୁରୁ ବ୍ରାହ୍ମଣମାନଙ୍କୁ ବରଣ କରି ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ପ୍ରଦାନ କରିବେ । ଆଜିଠାରୁ ଶ୍ରୀକ୍ଷେତ୍ରରେ ଥିବା ସମସ୍ତ ଶକ୍ତିପୀଠ ଗୁଡ଼ିକରେ ଏହି ଷୋଳପୂଜା ପାଇଁ ଆଚାର୍ଯ୍ୟ ବରଣ କାର୍ଯ୍ୟ କରାଯିବା ସହ ଷୋଳପୂଜାର ବିଧି ଅନୁଯାୟୀ ପୁରୀରେ ଥିବା ଶକ୍ତିପୀଠ ଗୁଡ଼ିକରେ ଚଣ୍ତିପାଠ, ଦୁର୍ଗା ଆରାଧନା ପ୍ରଭୃତି ଆରମ୍ଭ କରାଯିବ । ଅନ୍ୟ ପକ୍ଷରେ ଶ୍ରୀକ୍ଷେତ୍ରର କ୍ଷେତ୍ରାଶ୍ୱରୀ ଭାବେ ଶ୍ରୀମନ୍ଦିରରେ ମାଆ ବିମଳାଙ୍କ ପୀଠରେ ଷୋଡ଼ଶ ପୂଜାବିଧି ମଧ୍ୟ ଆରମ୍ଭ ହେବ। ଶ୍ରୀମନ୍ଦିର ପରିସରରେ ଥିବା ଭୂବନେଶ୍ୱରୀ, ବଟମଙ୍ଗଳା, ଉତ୍ତରାୟଣୀ ପୀଠ ସହ ଦକ୍ଷିଣ କାଳୀ, ଅଲାମଚଣ୍ତୀ ଓ ପଞ୍ଚମୁଖୀ ପୀଠରେ ମଧ୍ୟ ଷୋଳପୂଜା ଆରମ୍ଭ ହେବ। ସେପଟେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳ ଧୂପ ବଢ଼ିବା ପରେ ଭଣ୍ଡାର ଘରୁ ମାଆ ଦୁର୍ଗାଙ୍କ ସ୍ବର୍ଣ୍ଣ ପ୍ରତିମା ରତ୍ନ ସିଂହାସନରେ ବିଜେ ହୋଇଥାଏ । ପରେ ମାଆ ସୁଭଦ୍ରାଙ୍କ ଆଜ୍ଞାମାଳ ଦୁର୍ଗାଙ୍କୁ ଲାଗି କରାଯିବା ପରେ ମାଜଣା ମଣ୍ଡପରେ ଠାକୁରାଣୀଙ୍କ ଶହସ୍ର କୁମ୍ଭାଭିଷେକ ଅନୁଷ୍ଠିତ ହୋଇଥାଏ । ତେବେ ଶ୍ରୀମନ୍ଦିରରେ ଆଜି ମୂଳାଷ୍ଟମୀ ସହ ଶହସ୍ର କୁମ୍ଭାଭିଷେକ ନୀତି ଅନୁଷ୍ଠିତ ହେବା ସହ ଦୁର୍ଗାମାଧବ ଉପାସନା ପାଳିତ କରାଯିବ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)