ଶ୍ରୀୟା ଛକ ରେ ଆମ ବସ ଧକ୍କାରେ ବାଇକ ଆରୋହୀ ଗୁରୁତର

Jun 10, 2026 - 19:10
ଶ୍ରୀୟା ଛକ ରେ ଆମ ବସ ଧକ୍କାରେ ବାଇକ ଆରୋହୀ ଗୁରୁତର

ଭୁବନେଶ୍ୱର : ରାଜଧାନୀରେ ପୁଣି ଦୁର୍ଘଟଣା ଘଟାଇଲା ‘ଆମ ବସ୍’ । ଶ୍ରୀୟା ଛକ ନିକଟରେ ଆମ ବସ ଧକ୍କାରେ ଜଣେ ବାଇକ୍ ଆରୋହୀ ଗୁରୁତର ହୋଇଥିବା ସୂଚନା ମିଳିଛି । ତାଙ୍କୁ ତୁରନ୍ତ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ଉଦ୍ଧାର କରି ଆହତକୁ ହସ୍ପିଟାଲକୁ ପଠାଇଥିଲେ । ଏହି ଘଟଣା ପରେ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଶ୍ରୀୟା ଛକ ଦେଇ ଯାଉଥିବା ବେଳେ ଏକ ଆମ ବସ୍ ବାଇକ୍‌କୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ବାଇକ୍‌ ଆରୋହୀ ରାସ୍ତା ଉପରେ ଛିଟକି ପଡ଼ି ଗୁରୁତର ଆହତ ହୋଇଥିଲେ। ଘଟଣା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଉଦ୍ଧାର କାର୍ଯ୍ୟରେ ଲାଗିପଡ଼ିଥିଲେ ଏବଂ ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲେ।