ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍, ଅବସ୍ଥା ଗୁରୁତର ହେବାରୁ…
ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍ ଧକ୍କାରେ ଜଣେ ବାଇକ ଚାଳକ ଗୁରୁତର ହୋଇଥିବା ଜଣାପଡିଛି । ବାଇକ ଚାଳକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ସୁଶାନ୍ତ ପ୍ରଧାନ (୩୨) । ଦୁର୍ଘଟଣାସ୍ଥଳରେଉତ୍ତେଜନା ପ୍ରକାଶ ପାଇଥିଲା। ରାସ୍ତାରେ ଯିବା ଆସିବା କରୁଥିବା ଲୋକେ ଗୁରୁତର ଅବସ୍ଥାରେ ସୁଶାନ୍ତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ । ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ସୁଶାନ୍ତ କୌଣସି କାମରେ ବାଇକ ଯୋଗେ ଦିଗପହଣ୍ଡି ଆସୁଥିଲେ। ଏହି ସମୟରେ ଦ୍ରୁତଗତିରେ ଯାଉଥିବା କାର୍ଟି ତାଙ୍କୁ ପଛ ପଟୁ ଧକ୍କା ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା । ବାଇକ ସହ ସୁଶାନ୍ତ ରାସ୍ତା ଉପରେ ଛିଟ୍କି ପଡ଼ିଥିଲେ। ତାଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ଜାଗାରେ ଗଭୀର ଆଘାତ ହୋଇଛି। ଖବରପାଇ ଦିଗପହଣ୍ଡି ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ରାସ୍ତାକଡର କିଛି ଦୋକାନମାନଙ୍କରେ ଲାଗିଥିବା ସିସିଟିଭି ଫୁଟେଜ ସଂଗ୍ରହ କରିବା ସହ ତଦନ୍ତ କରି ଫେରିଥିବା ଜଣାପଡ଼ିଛି।
Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।