ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି । ସୋମବାର ସକାଳୁ ସନ୍ଦେହ ଜନକ ଅବସ୍ଥାରେ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ । ମୃତ ଜବକ ଜଣକ ଚାନ୍ଦୋଳ ପଂଚାୟତ ବାଙ୍କିମୁଣ୍ଡେଇ ଗ୍ରାମର ଆଶିଷ ମିତ୍ର (୨୯) ।
ଏହି ଘଟଣାରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ସଦର ଥାନା ଅଧିକାରୀ ପଦ୍ମାଳୟା ପ୍ରଧାନ, ଚାନ୍ଦୋଳ ଫାଣ୍ଡି ଅଧିକାରୀ ପ୍ରତାପ ଚନ୍ଦ୍ର ରଥଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍ ଘଟଣା ସ୍ଥଳରେ ପହଂଚି ଶବକୁ ଜବତ କରିବା ସହ ପାରିପାର୍ଶ୍ୱିକ ଅବସ୍ଥାର ଅନୁଧ୍ୟାନ କରିଥିଲେ । ଏହାପରେ ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ଓ ଡଗ୍ ସ୍କ୍ବାର୍ଡ଼ ପହଞ୍ଚି ତଦନ୍ତକୁ ଆଗେଇ ନେଇଛନ୍ତି । ତେବେ ଏ ସଂକ୍ରାନ୍ତରେ ଆଶିଷର ବାପା ସଂଜିବ ମିତ୍ର ତାଙ୍କ ପୁଅକୁ କେହି ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ।
Dharitri – Odisha’s No.1 Odia Daily
The post ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର appeared first on Dharitri Odia News.
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।