ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ
ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ (Regional Directorate of Education)’ର ନାମ ପରିବର୍ତ୍ତନ କରି ‘ଆଞ୍ଚଳିକ ସ୍କୁଲ ଶିକ୍ଷା ନିର୍ଦ୍ଦେଶାଳୟ(Regional Directorate of School Education)’ ଭାବେ ନାମକରଣ କରିଛନ୍ତି। ଏହା ସହ ‘ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ (Regional Director of Education)’ ପଦବୀର ନାମ ମଧ୍ୟ ପରିବର୍ତ୍ତନ କରାଯାଇ ଆଞ୍ଚଳିକ ସ୍କୁଲ ଶିକ୍ଷା ନିର୍ଦ୍ଦେଶକ (Regional Director of School Education) କରାଯାଇଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।
ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଭୁବନେଶ୍ୱର, ସମ୍ବଲପୁର ଓ ବ୍ରହ୍ମପୁରସ୍ଥିତ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟଗୁଡ଼ିକ ଏଣିକି ‘ଆଞ୍ଚଳିକ ସ୍କୁଲ ଶିକ୍ଷା ନିର୍ଦ୍ଦେଶାଳୟ’ ଭାବେ ପରିଚିତ ହେବ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।