ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ
ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନେ ଏବେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପରୂପ ଦୃଶ୍ୟ ଦେଖି ବିମୋହିତ ହୋଇପଡୁଛନ୍ତି।
ଗୁରୁବାର ୩ ରଥ ଅଟକି ରହିଥିବାବେଳେ ଶୁକ୍ରବାର ସକାଳେ ଶରଧାବାଲି ଅଭିମୁଖେ ଗଡ଼ିଥିଲା ୩ ଠାକୁରଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇପଡ଼ିଥିଲା। ଗୁରୁବାର କିଛି ବାଟ ରଥ ଗଡ଼ିବା ପରେ ରାତି ହୋଇଯାଇଥିବାରୁ ପ୍ରଶାସନ ପକ୍ଷରୁ ରଥଟଣା ବନ୍ଦ କରାଯାଇଥିଲା।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।