ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

Jul 21, 2026 - 08:33
ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି। ସିକିମର ନାମଚି ଜିଲାରେ ନିର୍ମାଣ ହେଉଥିବା ସୁଡଙ୍ଗ ବାହାରେ ଭୂସ୍ଖଳନ ଘଟି ୨୭ ଜଣ ଶ୍ରମିକ ଭିତରେ ଫସି ରହିଛନ୍ତି। ଶ୍ରମିକମାନଙ୍କୁ ବାହାର କରିବା ପାଇଁ ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି ଏବଂ ଏହା ଜାରି ରହିଛି। ସର୍ବଶେଷ ଅପଡେଟ ଅନୁଯାୟୀ, ଜିଲା ପ୍ରଶାସନ ୭ ଜଣଙ୍କର ମୃତ୍ୟୁ ନିଶ୍ଚିତ କରିଛି। ଉଦ୍ଧାର ହୋଇଥିବା ମୃତଦେହଗୁଡ଼ିକୁ ସିଙ୍ଗତମ ଜିଲା ହସ୍ପିଟାଲ, STNM ହସ୍ପିଟାଲ (ଗଙ୍ଗଟୋକ) ଏବଂ ନାମଚି ଜଲିା ହସ୍ପିଟାଲକୁ ପଠାଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।