ସୁଭଦ୍ରା ଟଙ୍କା ନଦେବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

Sep 14, 2026 - 18:45
ସୁଭଦ୍ରା ଟଙ୍କା ନଦେବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ନନ୍ଦିଘୋଷ ବ୍ୟୁରୋ : ସୁଭଦ୍ରା ଟଙ୍କା ନଦେବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ। ବଲାଙ୍ଗୀର ଦେଓଗାଁ ଥାନା ଅନ୍ତର୍ଗତ କୁତୁର୍ଲା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ ।  ଘଟଣାକୁ ତିନି ଦିନ ବିତିବା ପରେ ପୁଲିସ ସ୍ୱାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ତେବେ ଗିରଫ ହୋଇଥିବା ଅଭିଯୁକ୍ତ ସଞ୍ଜୀବ ଉଦୁରୁକୂଳିଆ । ମୃତକ ହେଲେ କିଶୋରୀ ଉଦୁରୁକୂଳିଆ । ତାଙ୍କର ଦୁଇ ଜଣ ପୁଅ ଝିଅ ମଧ୍ୟ ରହିଛନ୍ତି । ରକ୍ଷା ବନ୍ଧନରେ ସ୍ତ୍ରୀ ସୁଭଦ୍ରା ଟଙ୍କା ପାଇଥିଲେ । ହେଲେ ସେହି ଟଙ୍କା ନଦେବାରୁ ସଞ୍ଜୀବ ନିଶାରେ ଚୁର ହୋଇ କିଶୋରୀକୁ ହତ୍ୟା କରିଥିଲା ।  ପରିବାର ଲୋକେ ଉଦ୍ଧାର କରି ଦେଓଗାଁ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିବାରୁ ଦେଓଗାଁ ପୁଲିସ ପହଞ୍ଚି ଶବକୁ ଜବତ କରି ତଦନ୍ତ ଚଳାଇଥିଲା  । ଏନେଇ ଝିଅ ଘର ଲୋକେ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ସ୍ୱାମୀକୁ ଗିରଫ କରି କୋର୍ଟ ଚାଲାଣ କରିଛି ।….

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)