ସୋମବାର ଜଗତସିଂହପୁର ଜିଲ୍ଲାରେ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି
ଭୁବନେଶ୍ବର ୨୬।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଏହା ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି । ଏହାକୁ ଦୃଷ୍ଟିରେ ରଖି ସୋମବାର ଜଗତସିଂହପୁର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜଗତସିଂହପୁର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି। ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। ଗୋଟିଏ ଦିନ ପାଇଁ ବନ୍ଦ ରହିବ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଅବପାତ ଏବେ ଚାନ୍ଦବାଲିର ୧୭୦ କିଲୋମିଟର ପୂର୍ବରେ ଏବଂ ବାଲେଶ୍ବରର ୧୮୦ କିଲୋମିଟର ପୂର୍ବ ଓ ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ରହିଛି । ଅବପାତ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହେବ । ଏହା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ମଧ୍ୟରେ ୨୭ ତାରିଖ ମଧ୍ୟାହ୍ନରେ ଅତିକ୍ରମ କରିବ ବୋଲି ଆକଳନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଜଗତସିଂହପୁର ଜିଲ୍ଲା ବିରିଡ଼ିରେ ସର୍ବାଧିକ ୩୨୮ ମି.ମି. ବର୍ଷା ରେକର୍ଡ ହୋଇଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।